ମଙ୍ଗଳବାର ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ପୂର୍ବାନୁମାନ

👇ଖବର ଶୁଣିବାକୁ ଏଠାରେ କ୍ଲିକ୍ କରନ୍ତୁ |

ମଙ୍ଗଳବାର ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ପୂର୍ବାନୁମାନ

ଭୁବନେଶ୍ୱର : ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ଆଜି ବର୍ଷା ହୋଇଛି। ଆସନ୍ତାକାଲିଠାରୁ ମଙ୍ଗଳବାର ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଟ୍ରଫ୍ ଲାଇନ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି, ବିଜୁଳି ଓ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ କିଛି ସ୍ଥାନରେ ପବନ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ସେହିଭଳି ଆସନ୍ତାକାଲି (୨୦ ଫେବ୍ରୁଆରୀ) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ସହିତ ବିଜୁଳି ମାରିବାର ସମ୍ଭାବନା ରହିଛି। ଏହା ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବା ବେଳେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାଗୁଡ଼ିକ ମଧ୍ୟରୁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଯାଜପୁର ଓ ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବା ସହିତ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି।

Odisha News 9
Author: Odisha News 9

Leave a Comment